ଗତ ୨୪ ଘଣ୍ଟାରେ ୪୬୨ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଆଉ ୪୬୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ଭୁବନେଶ୍ୱର: ଗତକାଲିର ଦୈନିକ ସଂକ୍ରମଣ ମାମଲାଠୁ ଆଜି ରାଜ୍ୟରେ କମ ରହିଛି ସଂକ୍ରମଣ । ରାଜ୍ୟରେ ଆଉ ୪୬୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସେହିପରି ଶୂନରୁ ୧୮ବର୍ଷ ବୟସର ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ସେଣ୍ଟରରୁ ୨୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୧୯୪। ସେପଟେ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୬ଶହ ଆକ୍ରାନ୍ତ।
ଖୋର୍ଦ୍ଧାରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୪୩, ଜଗତସିଂହପୁରରୁ ୩୧, କଟକରୁ ୩୦, ଯାଜପୁରରୁ ୨୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଭଦ୍ରକଓ ସୁନ୍ଦରଗଡ଼ରୁ ୧୬ଜଣ ଲେଖାଏଁ, ମୟୂରଭଞ୍ଜ ଓ ପୁରୀରୁ ୧୩ଜଣ ଲେଖାଏଁ, ସମ୍ବଲପୁରରୁ ୧୨, ବାଲେଶ୍ୱରରୁ ୧୧, କେନ୍ଦ୍ରାପଡାରୁ ୧୦, ଅନୁଗୁଳରୁ ୬, ନୟାଗଡ଼ରୁ ୫, ବରଗଡ଼, ଝାରସୁଗୁଡା, ଓ ରାୟଗଡ଼ାରୁ ୪ଜଣ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଗଞ୍ଜାମ ,କଳାହାଣ୍ଡିରୁ ୨ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ଏହି ୫ ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୭୬୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୩୭୬୩୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications