ରାଜ୍ୟରେ ତଳମୁହାଁ କରୋନା ଦୈନିକ ସଂକ୍ରମଣ ଗ୍ରାଫ, ଆଜି ୩୨୦ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ତଳମୁହାଁ କରୋନା ଦୈନିକ ସଂକ୍ରମଣ ଗ୍ରାଫ । ଗତକାଲି ରାଜ୍ୟରୁ ୩୮୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୩୨୦ଜଣ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଦୈନିକ ସଂକ୍ରମଣ ଗ୍ରାଫ । ଗତକାଲି ରାଜ୍ୟରୁ ୩୮୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୩୨୦ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ତେବେ ଆଜି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୭୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୨୯୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୪୬୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+