ରାଜ୍ୟରେ ଆଉ ୧୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୧୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ରହିଛ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୧୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ରହିଛନ୍ତି ।

odisha corona cases

ତେବେ ଖୋର୍ଦ୍ଧାରୁ ସର୍ବାଧିକ ୯୪ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, କଟକରୁ ୬ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୭୭୭୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେପଟେ ଗତ ୨୪ ଘଣ୍ଟାରେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+