For Quick Alerts
Turn On Notification  
For Daily Alerts
Oneindia App Download

୨୪ ଘଣ୍ଟାରେ ୩୫୫ କରୋନା ସଂକ୍ରମିତ ଚିହ୍ନଟ , ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

|

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 Odisha Corona Cases

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୧ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୫୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ ମୋଟ୍ ୧୦୪୮୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୧୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୪୫୪୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୧ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Corona Cases: Covid-19 Report For 24th November
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X