ହଜାରେ ପାର୍ ଦୈନିକ ସଂକ୍ରମଣ, ଆଜି ୧୧୨୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଉପରମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି । ୧୮ରୁ କମ୍ ବୟସ ବର୍ଗରୁ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+