ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି ।

ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦ ଜଣ, ବରଗଡ଼ରୁ ୨ ଜଣ, କଟକରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତ୍ସିଂହପୁରରୁ ୩ ଜଣ, ଯାଯପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୩ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।
ନୂଆ କରି ସୁସ୍ଥ ହୋଇଛନ୍ତି ୭୫ ଜଣ। ନୂତନ ସଂକ୍ରମିତକୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ରହିଛି ୧୩୩୪୯୫ ଜଣ। ଏବେ ସୁଦ୍ଧା ସମୁଦାୟ ସୁସ୍ଥ ହୋଇ ସାରିଲେଣି ୧୩୨୫୧୧୧ ଜଣ ଓ ଏବେ ବି ସକ୍ରି୍ୟ ଅଛନ୍ତି ୫୯୨ ଜଣ। ମୋଟ ୧୩୨୫୧୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୬୦୫୬୧ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications