ରାଜ୍ୟରେ ଆଜି ୨୬୯ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି । ଗତକାଲି ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି । ଗତକାଲି ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୫୭ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୧୨ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୯ଜଣ ପଜିଟିଭ୍‌ ରହିଛନ୍ତି ।

odisha corona cases

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୭୫୮ ରହିଛି । ଗୋଟିଏ ଦିନରେ କରୋନାରୁ ୨୦୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଖୋର୍ଦ୍ଧା ପରେ ବାଲେଶ୍ୱରରୁ ୩, ବରଗଡ଼ରୁ ୮, ବଲାଙ୍ଗୀରରୁ ୭, ଭଦ୍ରକରୁ ୪, କଟକରୁ ୪୯, ଦେବଗଡ଼ରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୫, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୪, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୩, ପୁରୀରୁ ୬, ରାୟଗଡ଼ାରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟପୁଲରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+