ରାଜ୍ୟରେ ଆଜି ୨୪୫ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୨୪୦କୁ ବୃଦ୍ଧି ପାଇଛି ।

odisha corona cases

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି ବାଲେଶ୍ବର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୧, କଟକରୁ ୧୨ ଜଣ, ଦେବଗଡ଼ରୁ ୨, ଗଞ୍ଜାମରୁ ୪, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୩, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୩୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୭ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୮, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫୮ ଜଣ ଓ ଷ୍ଟେଟପୁଲରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୨୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୨୪୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୩୦୦୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+