ରାଜ୍ୟରେ ଆଉ ୫୨୯ଜଣ କରୋନା ସଂକ୍ରମିତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୬୩ଜଣ ରହିଛନ୍ତି ।
Tweet to @IPR_Odishaବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୨ ହଜାର ୬୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୧୯ ହଜାର ୨୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୧୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।












Click it and Unblock the Notifications