କମୁଛି ସଂକ୍ରମଣ: ରାଜ୍ୟରେ ୨୪ ଘଣ୍ଟାରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ

Odisha Corona Update Today: କମୁଛି ସଂକ୍ରମଣ: ରାଜ୍ୟରେ ୨୪ ଘଣ୍ଟାରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ

Odisha Corona Update: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ଥିବା ସୂଚନା ରହିଛି ।

ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୧୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀରରୁ ୧୧ ଜଣ, କଟକରୁ ୩୩ ଜଣ, ସୁନ୍ଦରଗଡ଼ରୁ ୧୩, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱରରୁ ୧, ଦେବଗଡ଼ରୁ ୩, ଗଞ୍ଜାମରୁ ୧, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୩, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧୧, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୪ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯, ସୋନପୁରରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

CORONA

ତେବେ ରାଜ୍ୟର ମୋଟ୍ ୧୩,୩୦,୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୩,୧୯,୩୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ବି ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୮୧୭ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+