ପାର୍ବଣରେ ବଢିଲା କରୋନା ଗ୍ରାଫ, ଆଜି ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ବୟସ ବର୍ଗରେ ୬୮ ଜଣ ଆକ୍ରାନ୍ତ ରହିଛନ୍ତି ।

ଭୁବନେଶ୍ବର: ଏବେ ଚାଲିଛି ପାର୍ବଣ ଋତୁ । କଡା କଟକଣା ରାଜ୍ୟରେ ଜାରି ରହିଥିବା ବେଳେ ଆଜି କରୋନା ଗ୍ରାଫ ସାମାନ୍ୟ ବଢିଥିବା ଦେଖିବାକୁ ମିଳିଛି । ରାଜ୍ୟରେ ୨୪ ଘଣ୍ଟାରେ ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ବୟସ ବର୍ଗରେ ୬୮ ଜଣ ଆକ୍ରାନ୍ତ ରହିଛନ୍ତି । ସେହିପରି ସଂଗରୋଧ କେନ୍ଦ୍ରରୁ ୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

odisha corona

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୩ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୨୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ଆଉ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+