ଆଜି ଆଉ ୪୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ ରହିଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୦୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରିରୁ ୨୦ଜଣ, ବୌଦରୁ ୪୦ଜଣ, କଟକରୁ ୧୧ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୧୨ଜଣ, କଳାହାଣ୍ଡିରୁ ୩୧ଜଣ, କନ୍ଧମାଳରୁ ୪ଜଣ, ଖୋର୍ଦ୍ଧାରୁ ୬୬ଜଣ, କୋରାପୁଟରୁ ୬ଜଣ, ମାଲକାନଗିରିରୁ ଜଣେ, ନବରଙ୍ଗପୁରରୁ ୨୦ଜଣ, ନୟାଗଡରୁ ୯ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୪ଜଣ, ସମ୍ବଲପୁରରୁ ୨୬ଜଣ ଏବଂ ସୋନପୁରରୁ ୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୨୬୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୯୬୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୦୮୧୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications