କରୋନା ରିପୋର୍ଟ: ଗତ ୨୪ ଘଣ୍ଟାରେ ୫୨୧ କରୋନା ପଜିଟିଭ ଚିହ୍ନଟ
ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୫ ଜଣ ଅଛନ୍ତି। ସେହିପରି ୫୨୧ ଜଣଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୫ ଜଣ ଅଛନ୍ତି। ସେହିପରି ୫୨୧ ଜଣଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୧୭ଟି ହେଉଛି ଲୋକାଲ୍ କେସ୍।

ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୭, ବରଗଡ଼ରୁ ୩, ଭଦ୍ରକରୁ ୩ , ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୬୦, ଢେଙ୍କାନାଳରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୫, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୯, ପୁରୀରୁ ୧୩, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୬୧ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୮୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସେହିପରି କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬ ଜଣ । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଥିବା ବେଳେ ଯାଜପୁର, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।












Click it and Unblock the Notifications