ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ଆଜି ୧୦୧ ଅଧିକ କରୋନା ପଜିଟିଭ୍ ଚିହ୍ନଟ
ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୫୨ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୯ଜଣ ପଜିଟିଭ୍ ଥିବା କୁହାଯାଇଛି ।

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୯, ବରଗଡ଼ରୁ ୪, ବଲାଙ୍ଗୀରରୁ ୯, କଟକରୁ ୧୦, ଦେବଗଡ଼ରୁ ୪, ଢେଙ୍କାନଳରୁ ୧ ଗଞ୍ଜାମରୁ ୨, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୧୨, ନୂଆପଡ଼ାରୁ ୨୯, ପୁରୀରୁ ୭, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୪୧ ଓ ଷ୍ଟେଟପୁଲରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୬୭୪ ରହିଛି । ଗୋଟିଏ ଦିନରେ କରୋନାରୁ ୩୫୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୪ ଜିଲ୍ଲା ଓ ଷ୍ଟେଟପୁଲରୁ ୨୬୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ୬ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।












Click it and Unblock the Notifications