୨୪ ଘଣ୍ଟାରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୯ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୧୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୦୨୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୮୩୭୦୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+