ଆଜି ରାଜ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୨ ଜଣ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୦୪୫ଜଣ ସୁସ୍ଥ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+