ଆଜି ପୁଣି ବଢିଲା ସଂକ୍ରମଣ ସଂଖ୍ୟା: ଗତ ୨୪ ଘଣ୍ଟାରେ ୪୮୨ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତକାଲି ଅପେକ୍ଷା ଆଜି କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଗତକାଲି ୨୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଭୁବ‌େନେଶ୍ବର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଗତକାଲି ୨୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୨୪୦୬୯ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୫୫୩ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୧୧୯୪୭ ଜଣ। ‌ଏବେ ବି ସକ୍ରିୟ ଅଛନ୍ତି ୨୯୦୯ ଜଣ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୦୭ ଜଣ, ଖୋର୍ଦ୍ଧାର ୭୧ ଜଣ, ବୌଦ୍ଧରୁ ୩୭ ଜଣ, ନବରଙ୍ଗପୁରରୁ ୨୭ ଜଣ, ସମ୍ବଲପୁରରୁ ୨୬ ଜଣ, ବଲାଙ୍ଗୀରରୁ ୨୪ ଜଣ, ମୟୂରଭଞ୍ଜର ଓ ନୂଆପଡ଼ା ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ ଲେଖାଁଏ, ନୟାଗଡ଼ରୁ ୧୧ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଁଏ, ବାଲେଶ୍ବର ଓ ବରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୮ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, କୋରାପୁଟ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୨ ଜଣ, ଅନୁଗୁଳରୁ ଜଣେ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+