ରାଜ୍ୟର ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
ପୁଣି ୪ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ ଜିଲ୍ଲାରୁ ୩୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୦ ଜଣ ସଂକ୍ରମିତ ଅଛନ୍ତି ।
ଭୁବନେଶ୍ୱର: ପୁଣି ୪ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ ଜିଲ୍ଲାରୁ ୩୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୦ ଜଣ ସଂକ୍ରମିତ ଅଛନ୍ତି । ୧୯୯ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୧୪୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ରେ ପହଞ୍ଚିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୧୪୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୪୩, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୫ଟି ସଂକ୍ରମଣ ମାମଲା ଆସିଛି । ସେହିଭଳି କୋରାପୁଟରୁ ୩, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ପୁରୀରୁ ୭, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୨ ଏବଂ ଷ୍ଟେଟ ପୁଲରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।












Click it and Unblock the Notifications