ରାଜ୍ୟରେ ଆଜି ୨୦୭ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୦୯୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୨୪୫୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+