ଆଜି ରାଜ୍ୟରେ ଆଉ ୩୮୫ କୋଭିଡ୍ ପଜିଟିଭ୍ ଚିହ୍ନଟ ହେଲେ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୨୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୮ ଜଣ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଉପରତଳ ହେଉଛି ଦୈନିକି କରୋନା ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୨୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୮ ଜଣ ସଂକ୍ରମିତ ରହିଛନ୍ତି ।

ବାଲେଶ୍ୱରରୁ ୭, ବରଗଡରୁ ୧୫,ଭଦ୍ରକରୁ ୨, ବଲାଙ୍ଗୀରରୁ ୨୦, ବୌଦ୍ଧରୁ ୮, କଟକରୁ ୧୦, ଦେବଗଡରୁ ୩, ଗଜପତିରୁ ୬, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୬, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୩, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୮୫, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୧୩,ନୟାଗଡରୁ ୧୧, ନୂଆପଡାରୁ ୧୩, ରାୟଗଡାରୁ ୩, ସମ୍ବଲପୁରରୁ ୨୨, ସୋନପୁରରୁ ୩, ସୁନ୍ଦରଗଡରୁ ୮୩ ଓ ଷ୍ଟେଟ ପୁଲରୁ ୨୧ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୪୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୨୪୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୮୭୯୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications