ଗତ ୨୪ ଘଣ୍ଟାରେ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୭୪ ଜଣ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ତଳକୁ ଖସୁଛି କରୋନା ଗ୍ରାଫ । ତେବେ ସମ୍ଭାବ୍ୟ ସଂକ୍ରମଣକୁ ଦୃଷ୍ଟରେ ରଖି ଚଳିତ ପାର୍ବଣ ଋତୁ ପାଇଁ ଅକ୍ଟୋବର ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ଏପଟେ ଆଜି ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୭୪ ଜଣ ରହିଛନ୍ତି । ସେହିପରି ୨୭୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୯୯ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

 odisha corona

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୬ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୬ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ । ସେହିପରି ଷ୍ଟେଟପୁଲରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୩ ହଜାର ୧୪୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ୫୫୬ ରହିଛି ।

ତେବେ ୨୪ ଘଣ୍ଟାରେ କରୋନାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+