ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ ଓ ୧୩୦ଟି ଲୋକାଲ୍‌ କେସ୍‌ ରହିଛି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ ଓ ୧୩୦ଟି ଲୋକାଲ୍‌ କେସ୍‌ ରହିଛି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୧ ଜଣ ପଜିଟିଭ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

odisha corona cases

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୩୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୯୧୪୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୦୫୭୯୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେପଟେ ଆଜି ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, ବାଲେଶ୍ୱର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+