ଭଲ ଖବର: ପାର୍ବଣ ଋତୁରେ ତଳ ମୁହାଁ କରୋନା ଗ୍ରାଫ
ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଚିହନ୍ଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ରୁ ୬୧ଜଣ ରହିଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଅନ୍ୟପଟେ ଆଜି ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୮ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications