ରାଜ୍ୟରେ ଆଜି ୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ କମିବାରେ ଲାଗିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ରାଜ୍ୟରୁ ୨୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରୁ ୨୦୩ଜଣ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ରାଜ୍ୟରୁ ୨୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରୁ ୨୦୩ଜଣ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୪ଜଣ ସଂକ୍ରମିତ ହୋଇଛନ୍ତି ।

ତେବେ ଯଦି ବିଭିନ୍ନ ଜିଲ୍ଲାକୁ ଦେଖିବା, ଆଜି ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୧୧ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୧୪ଜଣ, ବୌଦରୁ ଜଣେ, କଟକରୁ ୧୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଗଜପତିରୁ ୩ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୭ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ଜଣ, ଖୋର୍ଦ୍ଧାରୁ ୩୨ଜଣ, କୋରାପୁଟରୁ ୧ଜଣ, ମୟୂରଭଞ୍ଜରୁ ୯ଜଣ, ନବରଙ୍ଗପୁରରୁ ୮ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୯ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ୮ଜଣ, ସୁନ୍ଦରଗଡରୁ ୩୪ଜଣ ଏବଂ ସୋନପୁରରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୭ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ରାଜ୍ୟରେ ୩ କୋଟି ୩୦ ଲକ୍ଷ ୩୫ ହଜାର ୪୧୨ଟି ନମୂନା ପରୀକ୍ଷା କରାଯାଇଛି । ସେଥିମଧ୍ୟରୁ ୧୩ ଲକ୍ଷ ୨୫ ହଜାର ୨୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୩ ହଜାର ୬୭୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩୬୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।












Click it and Unblock the Notifications