୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୪୭ ନୂଆ ସଂକ୍ରମିତ । ଯାହା ଭିତରେ ୧୮ ବର୍ଷରୁ କମ ବୟସର ୭୮ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହି ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନରୁ ଓ ୧୮୭ ଜଣ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସରକାରଙ୍କ ତରଫରୁ ସୂ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୪୭ ନୂଆ ସଂକ୍ରମିତ । ଯାହା ଭିତରେ ୧୮ ବର୍ଷରୁ କମ ବୟସର ୭୮ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହି ସଂକ୍ରମିତଙ୍କ ମଧ୍ୟରୁ ୨୬୦ ଜଣ କ୍ୱାରେଣ୍ଟାଇନରୁ ଓ ୧୮୭ ଜଣ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ୧୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜମ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ , ଷ୍ଟେଟ ପୁଲ୍ରୁ ୪୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୪୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୫୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୨୦୪୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପଟେ ଆଜି ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲ୍ଲାରୁ ୨ଜଣ ହୋଇଥିବା ବେଳେ କଳାହାଣ୍ଡି , ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications