ରାଜ୍ୟରେ ଆଜି ଆଉ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯୫ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ତେବେ ଖୋର୍ଦ୍ଧରୁ ସର୍ବାଧିକ ୧୩୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୧୪, ସମ୍ବଲପୁରରୁ ୧୧୩, ମୟୁରଭଞ୍ଜ ୮୪ ଓ କଟକରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୪ଜଣ, ଷ୍ଟେଟ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୭୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୦୬୬୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୧୯୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+