ରାଜ୍ୟରେ ନୂଆ ୪୩୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ୪ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୪ ଜଣ ପଜିଟିଭ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୨୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୬୨୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୬୪୭୦୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୬ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+