ରାଜ୍ୟରେ କମିଲା ଦୈନିକ କରୋନା ସଂକ୍ରମଣ, ଚିହ୍ନଟ ହେଲେ ୫,୯୦୧ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୯୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟ ତଳମୁହଁ ହୋଇଛି କରୋନା ଗ୍ରାଫ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୯୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୮ ବର୍ଷରୁ କମ୍ ବର୍ଗର ୭୩୯ ଜଣ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୪୩୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୪୫, କଟକରୁ ୪୦୨, ବାଲେଶ୍ୱରରୁ ୩୦୦, ଷ୍ଟେଟ୍ ପୁଲ୍ରୁ ୨୯୧, ଯାଜପୁରରୁ ୧୯୧, ନୂଆପଡ଼ାରୁ ୧୮୯, ବଲାଙ୍ଗିରରୁ ୧୮୪, ନୟାଗଡ଼ରୁ ୧୮୦, କଳହାଣ୍ଡିରୁ ୧୬୮, ମୟୂରଭଞ୍ଜରୁ ୧୪୯, କେନ୍ଦ୍ରାପଡ଼ାରୁ ୧୪୪ ଓ ସମ୍ବଲପୁର ଜିଲ୍ଲାରୁ ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳ ଜିଲ୍ଲାରୁ ୯୩, ବରଗଡ଼ରୁ ୧୦୨, ଭଦ୍ରକ ୯୬, ବୌଦ୍ଧ ୭୮, ଦେବଗଡ଼ ୮୯, ଢେଙ୍କାନାଳ ୭୩, ଗଜପତି ୬୯, ଗଞ୍ଜାମ ୯୫, ଜଗତସିଂହପୁର ୮୨, ଝାରସୁଗୁଡ଼ା ୬୩, କନ୍ଧମାଳ ୮୬, କେନ୍ଦୁଝର ୧୨୮, କୋରାପୁଟ ୬୪, ମାଲକାନଗିରି ୫୫, ନବରଙ୍ଗପୁର ୧୧୩, ପୁରୀ ୧୧୭, ରାୟଗଡ଼ା ୧୦୧ ଓ ସୋନପୁର ୮୬ ଜଣ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୧ ହଜାର ୧୬୯ ପହଞ୍ଚିଥିବା ବେଳେ ୧୧ ଲକ୍ଷ ୫୨,୨୩୯ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୭୦ହଜାର ୩୨୭ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।
ସେହିପରି ରାଜ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅଡିଟ୍ ପ୍ରୋସେସରେ ଆଉ ୮ଜଣ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮ ,୫୫୦କୁ ବୃଦ୍ଧି ପାଇଛି।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications