Get Updates
Get notified of breaking news, exclusive insights, and must-see stories!

ଧିରେ ଧିରେ କମୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ରାଜ୍ୟରେ ୪୮୪୩ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୮୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨ ହଜାର ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ହଜାର ୦୨୮ ଲୋକାଲ କେସ୍ ଚିହ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୮୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨ ହଜାର ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ହଜାର ୦୨୮ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରେ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

coronavirus

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ହଜାରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୩୫, ନୂଆପଡ଼ାରୁ ୧୯୪, ଯାଜପୁରରୁ ୧୬୬, ବାଲେଶ୍ୱରରୁ ୧୫୨, କଳାହାଣ୍ଡିରୁ ୧୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୫୮, ବରଗଡ଼ରୁ ୮୦, ଭଦ୍ରକରୁ ୬୦, ବଲାଙ୍ଗୀରରୁ ୯୫, ବୌଦ୍ଧରୁ ୪୯, କଟକରୁ ୩୭୯, ଦେଓଗଡ଼ରୁ ୭୩, ଢେଙ୍କାନାଳରୁ ୪୫, ଗଜପତିରୁ ୬୨, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୧୦୦, ଯାଜପୁରରୁ ୧୬୬, ଝାରସୁଗୁଡ଼ାରୁ ୬୧, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୮୧, କୋରାପୁଟରୁ ୫୦, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୯୪, ପୁରୀରୁ ୭୨, ରାୟଗଡ଼ାରୁ ୯୯, ସମ୍ବଲପୁରରୁ ୧୨୮, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୭୩୫ ଓ ଷ୍ଟେଟ ପୁଲରୁ ୧୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ ୫୩ ହଜାର ୯୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ସଂକ୍ରମଣ ବଢୁଥିବାରୁ ଟେଷ୍ଟିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି । ଗତ ୨୪ ଘଣ୍ଟାରେ ୬୨ ହଜାର ୮ଶହ ୫୮ ଜଣଙ୍କ ନମୂନା ପରୀକ୍ଷା ହୋଇଛି ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କୋଭିଡ଼ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୩, ଅନୁଗୁଳ, ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଭଦ୍ରକ କଟକ ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+