ରାଜ୍ୟରେ ଆଉ ୨୨୮ କରୋନା ପଜିଟିଭ୍ ଚିହ୍ନଟ, ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ରହି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

odisha corona cases

ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୩୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୩୭୨୭୮୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+