ଆଜି ରାଜ୍ୟରେ ୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୫୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୦୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications