୨୪ ଘଣ୍ଟାରେ ୨୩ ଜିଲ୍ଲାରୁ ୪୮୮ କୋଭିଡ୍ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୨୩ ଜିଲ୍ଲାରୁ ଆଉ ୪୮୮ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟର ୨୩ ଜିଲ୍ଲାରୁ ଆଉ ୪୮୮ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।

 coronavirus

ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୫, ଭଦ୍ରକରୁ ୩, କଟକରୁ ୫୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଗଜପତିରୁ ୫, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁପଝରରୁ ଜଣେ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୯, ନୟାଗଡ଼ରୁ ୨, ନୂଆପଡ଼ାରୁ ଜଣେ, ପୁରୀରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ରାୟଗଡ଼ାରୁ ୬, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟପୁଲରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୪୫୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୪୯୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ମୋଟ ୧୦ ଲକ୍ଷ ୨୮ ହଜାର ୬୯୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୪ ହଜାର ୩୭୪ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୪୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୮୬୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୯୪୩୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ୪ ଜଣ କରୋନା ଆକ୍ରାନ୍ତ ଆଜି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୩ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ମୟୁରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+