ରାଜ୍ୟରେ ଆଉ ୮୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ସାମାନ୍ୟ କମିଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ଆଜି ରାଜ୍ୟରେ ସାମାନ୍ୟ କମିଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ତେବେ ସୁନ୍ଦରଗଡ଼ରୁ ସର୍ବାଧିକ ୨୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୧୭, ସମ୍ବଲପୁରରୁ ୬୨, ମୟୁରଭଞ୍ଜ ୫୫ ଓ କଟକରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୧୮୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୭୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୧୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୧୯୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୪୪୬୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+