୨୪ ଘଣ୍ଟାରେ ୫୯୩ ନୂଆ ଆକ୍ରାନ୍ତ ଚିହ୍ନଟ, ୪ମୃତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୮୦ଜଣ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୮୦ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨୪୭ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

coronavirus

ସେହିଭଳି କଟକରୁ ୮୪, ମୟୁରଭଞ୍ଜରୁ ୨୭,ଜଗତସିଂହପୁରରୁ ୨୨, ପୁରୀ ୨୩, ଅନୁଗୁଳରୁ ୪, ବାଲେଶ୍ୱର ୧୧, ବରଗଡ ୧, ଭଦ୍ରକ ୪, ବଲାଙ୍ଗୀର ୧, ଦେବଗଡ ୨, ଢେଙ୍କାନାଳ ୪, ଗଞ୍ଜାମ ୨, ଯାଜପୁର ୧୪, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡା ୯, କୋରାପୁଟ ୧, ନୟାଗଡ ୪, ସମ୍ବଲପୁର ୯, ସୋନପୁର ୧, ସୁନ୍ଦରଗଡ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ ପୁଲରୁ ୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୬ ହଜାର ୧୬୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୯୬୭ ରହିଛି ।

ସେହିପରି ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+