ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ, ୨୪ ଘଣ୍ଟାରେ ୧ ହଜାର ୭୧୨ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ରାଜ୍ୟରେ ୨୪ଘଣ୍ଟାରେ ୧୭୧୨ ପଜିଟିଭ ଚିହ୍ନଟ । ୩୨୩ ଜଣ ୧୮ବର୍ଷରୁ କମ୍ ବୟସ ବର୍ଗର ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ରାଜ୍ୟରେ ୨୪ଘଣ୍ଟାରେ ୧୭୧୨ ପଜିଟିଭ ଚିହ୍ନଟ । ୩୨୩ ଜଣ ୧୮ବର୍ଷରୁ କମ୍ ବୟସ ବର୍ଗର ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୯୭, ସ୍ଥାନୀୟ ଅଞ୍ଚଳରୁ ୭୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୭୯, ବାଲେଶ୍ୱରରୁ ୫୪, ବରଗଡ଼ରୁ ୧୭, ଭଦ୍ରକରୁ ୨୨, ବଲାଙ୍ଗୀରରୁ ୩୧, ବୌଦ୍ଧରୁ ୨୯, କଟକରୁ ୧୦୪, ଦେଓଗଡ଼ରୁ ୪୬, ଢେଙ୍କାନାଳରୁ ୪୯, ଗଜପତିରୁ ୪୩, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୪୮, ଯାଜପୁରରୁ ୫୩, ଝାରସୁଗୁଡ଼ାରୁ ୨୯, କଳାହାଣ୍ଡିରୁ ୪୯, କନ୍ଧମାଳରୁ ୩୧, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୫୨, କୋରାପୁଟରୁ ୧୧୮, ମାଲକାନଗିରିରୁ ୦୩, ମୟୁରଭଞ୍ଜରୁ ୫୩, ନବରଙ୍ଗପୁରରୁ ୨୬, ନୟାଗଡ଼ରୁ ୪୫, ନୂଆପଡ଼ାରୁ ୩୯, ପୁରୀରୁ ୪୦, ରାୟଗଡ଼ାରୁ ୩୪, ସମ୍ବଲପୁରରୁ ୫୬, ସୋନପୁରରୁ ୫୪, ସୁନ୍ଦରଗଡ଼ରୁ ୧୪୭ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।












Click it and Unblock the Notifications