ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍

ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସେହିପରି ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫୫, କୋରାପୁଟରୁ ୪, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୯, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୭୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୦୧୫୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+