ରାଜ୍ୟରେ ତଳ ମୁହାଁ ସଂକ୍ରମଣ ଗ୍ରାଫ: ୨୪ ଘଣ୍ଟାରେ ୨୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ କିଛି ଦିନ ହେବ ତଳ ମୁହାଁ ରହିଛି ଦୈନିକ ସଂକ୍ରମଣ ଗ୍ରାଫ । ୨୪ ଘଣ୍ଟାରେ ଆଉ ୨୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୭, ସଙ୍ଗରୋଧରୁ ୧୨୧, ସ୍ଥାନୀୟ ୮୫ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ ତଳ ମୁହାଁ ରହିଛି ଦୈନିକ ସଂକ୍ରମଣ ଗ୍ରାଫ । ୨୪ ଘଣ୍ଟାରେ ଆଉ ୨୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୭, ସଙ୍ଗରୋଧରୁ ୧୨୧, ସ୍ଥାନୀୟ ୮୫ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

coronavirus

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୪୦୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୪୯୪୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+