ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Odisha Corona :ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ୨୪ ଘଣ୍ଟାରେ ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ମଧ୍ୟରେ ୪୪ ଜଣ , ସଙ୍ଗରୋଧରୁ ୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ , ସ୍ଥାନୀୟ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୬୭୭କୁ ବୃଦ୍ଧି ପାଇଛି ।

CORONA

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୪ ,କଟକରୁ ୨୦ ଜଣ ଅନୁଗୁଳ ଜିଲ୍ଲାରୁ ଜଣେ ,ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୧ ,ବଲାଙ୍ଗୀରରୁ ୨୧, ବୌଦ୍ଧରୁ ୨ ଜଣ, , ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୨ ଜଣ, ଗତପତିରୁ ୬ ଜଣ, ଜଗତ୍‌ସିଂହପୁରରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ,କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୭ ଜଣ, ଯାଜପୁରରୁ ୬ ଜଣ,ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨୩ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୨୧୯୭ଟି ଆକ୍ଟିଭ୍ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+