୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୨ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୭ ଜଣ ସଂକ୍ରମିତ ରହିଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରେ ୨୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧, ବାଲେଶ୍ୱର ୨, ବରଗଡ ୫, ଭଦ୍ରକ ୩, ବଲାଙ୍ଗୀର ୧୭, ବୌଦ୍ଧ ୭,କଟକ ୧୫, ଦେଓଗଡ ୪, ଗଜପତି ୧୧, ଗଞ୍ଜାମ ୧,ଯାଜପୁର ୫, ଝାରସୁଗୁଡା ୫, କଳାହାଣ୍ଡି ୧, କନ୍ଧମାଳ ୯, କେନ୍ଦ୍ରାପଡା ୨, ଖୋର୍ଦ୍ଧା ୫୦, କୋରାପୁଟ ୨, ମୟୁରଭଞ୍ଜ ୯, ନବରଙ୍ଗପୁର ୯, ନୟାଗଡ ୬, ନୂଆପଡା ୬, ପୁରୀ ୭, ରାୟଗଡା ୨, ସମ୍ବଲପୁର ୧୬, ସୋନପୁର ୧, ସୁନ୍ଦରଗଡ ୫୩, ଷ୍ଟେଟପୁଲରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୩୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୫୧୭୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୦୦୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications