ଓଡ଼ିଶା କରୋନା ଅପଡେଟ୍: ରାଜ୍ୟରେ ଆଜି ୧୦୩ କରୋନା ସଂକ୍ରମଣ ଚିହ୍ନଟ
ଓଡ଼ିଶା କରୋନା ଅପଡେଟ୍: ରାଜ୍ୟରେ ଆଜି ୧୦୩ କରୋନା ସଂକ୍ରମଣ ଚିହ୍ନଟ
ଭୁବନେଶ୍ୱର: ପୁଣି ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟର ୨୦ଟି ଜିଲ୍ଲାରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୧ ଜଣ, ବରଗଡ଼ରୁ ୬ ଜଣ, କଟକରୁ ୧୦ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୧, ଦେବଗଡ଼ରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୬, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ୧୩, ୩୫, ୧୩୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩, ୨୫, ୩୧୮ ଜଣ ସୁସ୍ଥ ହୋଇଛନ୍ତି ।












Click it and Unblock the Notifications