ରାଜ୍ୟରେ ୫୦ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ
ଆଜି ରାଜ୍ୟରେ ୫୦ ତଳେ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତକାଲି ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ଆଜି ରାଜ୍ୟରେ ୫୦ ତଳେ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତକାଲି ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି ।

ଆଜି ରାଜ୍ୟର ୧୫ଟି ଜିଲ୍ଲାରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୫୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୬୭୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।












Click it and Unblock the Notifications