ରାଜ୍ୟରେ ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୨୮୬ କରୋନା ପଟିଜିଭି ଚିହ୍ନଟ
ରାଜ୍ୟରେ ପୁଣି ଉପର ମୁହାଁ କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ବର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୦ ଜଣ ରହିଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୭, ପୁରୀରୁ ୮, ସମ୍ବଲପୁରରୁ ୬, ସୁନ୍ଦରଗଡ଼ରୁ ୧୫ ଓ ଷ୍ଟେଟପୁଲରୁ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ୨ହଜାର ୧୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୬୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୩୦୦୫୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୧ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା ।












Click it and Unblock the Notifications