୨୪ ଘଣ୍ଟାରେ ବାହାରିଲେ ୩୮୭ କୋଭିଡ୍ ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ୪ ଜଣଙ୍କର ମୃତ୍ୟୁ ହୋଇଛି । ନୂଆ ଆକ୍ରାନ୍ତ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ଅଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ୪ ଜଣଙ୍କର ମୃତ୍ୟୁ ହୋଇଛି । ନୂଆ ଆକ୍ରାନ୍ତ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ଅଛନ୍ତି । ସେହିପରି ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍‌ ଓ ୧୬୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୦୨୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୫୮୮୭୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେପଟେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୮ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ଜଣେ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+