For Quick Alerts
Turn On Notification  
For Daily Alerts
Oneindia App Download

୨୪ ଘଣ୍ଟାରେ ୨୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ ଓ ୧୧୦ ହେଉଛି ଲୋକାଲ୍ କେସ ।

|

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ ଓ ୧୧୦ ହେଉଛି ଲୋକାଲ୍ କେସ । ସେହିପରି ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

odisha corona cases

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, ସମ୍ବଲପୁର ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଁଏ, ବାଲେଶ୍ବର, ଦେବଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ସମ୍ବଲପୁରରୁ ୬ ଜଣ, ଢ଼େଙ୍କାନାଳରୁ ୫ ଜଣ, ମୟୂରଭଞ୍ଜରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ରାଜ୍ୟରେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୬୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୯୩୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ଅନ୍ୟପଟେ ଗତ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି ।ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha corona cases of 12th november
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X