For Quick Alerts
Turn On Notification  
For Daily Alerts
Oneindia App Download

୨୪ ଘଣ୍ଟାରେ ୨୦ ଜିଲ୍ଲାରୁ ୨୬୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରୁ ୨୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୩ କ୍ୱାରେଣ୍ଟାଇନ୍‌ ଓ ୧୦୯ ଲୋକାଲ୍‌ କେସ୍‌ ରହିଛି ।

|

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରୁ ୨୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୩ କ୍ୱାରେଣ୍ଟାଇନ୍‌ ଓ ୧୦୯ ଲୋକାଲ୍‌ କେସ୍‌ ରହିଛି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୨ ଜଣ ପଜିଟିଭ ରହିଛନ୍ତି ।

odisha corona cases

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ଦୈନିକ ସଂକ୍ରମଣ ମାମଲା ୩ ଅଙ୍କ ରହିଛି । କାରଣ ଖୋର୍ଦ୍ଧାରୁ ୧୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ୫ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କୋରାପୁଟରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଏବଂ ଷ୍ଟେଟପୁଲରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୩୦୯ ଜଣ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ ହଜାର ୪୭୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୪୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

ସେହିପରି ଗତ ୨୪ ଘଣ୍ଟାରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha corona cases of 14th november
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X