ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୧୭୩ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।

Coronavirus

ନୂଆ କେସ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୮୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ୨୪୬୪୮୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ କୋଭିଡ ମୃତ୍ୟୁ ସଂଖ୍ୟା ୮୪୪୦ବୃଦ୍ଧି ପାଇଛି । ମୃତକଙ୍କ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+