ରାଜ୍ୟରେ ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୫ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ପଜିଟିଭ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୦ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୨୭ଜଣ ରହିଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୮୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୭୫୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୬୬୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଗତ ୨୪ ଘଣ୍ଟାରେ ୨୦୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୧ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications