ଆଜି ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ ଓ ୧୪୯ଟି ଲୋକାଲ କେସ୍‌ ରହିଛି।

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ ଓ ୧୪୯ଟି ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସ ବର୍ଗରେ ୪୭ ଜଣ ରହିଛନ୍ତି ।

odisha corona

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଦେଓଗଡ, ଗଞ୍ଜାମ ଓ କେନ୍ଦୁଝରରୁ ଜଣେ ଲେଖାଏଁ, ଗଜପତିରୁ୭, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁର ୨, ସୁନ୍ଦରଗଡ ୩, ଷ୍ଟେଟପୁଲରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+