ରାଜ୍ୟରେ କମୁଛି କରୋନା ସଂକ୍ରମଣ, ଆଜି ୧୬୯ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୨୯ ଜଣ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୨୯ ଜଣ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୧୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୨୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୬୯୨୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ବୃଦ୍ଧି ପାଇଛି । ମୃତକ ଜଣଙ୍କ ମୟୁରଭଞ୍ଜ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+