ରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ୍ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୬ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୯ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୩୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୫୨୬୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୦୬୪୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications